Advertisement
Photo Details/zeeodisha/odisha2578875
photoDetails0hindi

Today Horoscope: ବର୍ଷର ଶେଷ ରବିବାରରେ ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ମେଷ ଠାରୁ ମୀନ ପର୍ଯ୍ୟନ୍ତ ପଢନ୍ତୁ ଦୈନିକ ରାଶିଫଳ

Horoscope Today 29 december 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଡିସେମ୍ବର ୨୯ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ: ଶରୀର ଆରୋଗ୍ୟ ରହିବ। କର୍ତ୍ତବ୍ୟ ନିଷ୍ଠ ହେବେ।  ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ମନ ପ୍ରସନ୍ନ ରହିବ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । 

2/12

ବୃଷ: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ 

3/12

ମିଥୁନ: ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ । 

4/12

କର୍କଟ: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ସନ୍ତାନଙ୍କ କାର୍ଯ୍ୟକଳାପ ଯୋଗୁ ଦୁଃଖୀ ହୋଇପାରନ୍ତି । ବ୍ୟବସାୟରେ ପୁଞ୍ଜିହାନୀ ହୋଇପାରେ । ନାସ୍ତିକ ମନୋଭାବ ଯୋଗୁ ଅପମାନିତ ହୋଇପାରନ୍ତି । ଦେବୀ ଦର୍ଶନ କରନ୍ତୁ ।

5/12

ସିଂହ: ବ୍ୟବସାୟ ଲାଭଜନକ ହେବ । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା, କଫ ଜନିତ ପୀଡା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି ।     

6/12

କନ୍ୟା: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସାର ପାତ୍ର ହେବେ । ଉଚ୍ଚ ଆଶା ଫଳବତୀ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ଚେଷ୍ଟିତ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । 

7/12

ତୁଳା: ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ । 

8/12

ବିଛା: ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । ମନ ପ୍ରସନ୍ନ ରହିବ । ଘରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । 

9/12

ଧନୁ: ଦେହ ଓ ମନ ଭଲ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ । 

10/12

ମକର: ଆର୍ଥିକ ସ୍ଥିତିରେ ଅସ୍ଥିରତା ଦେଖାଦେବ। ସାମାନ୍ୟ ଶରୀର ପୀଡା ଭୋଗିବେ। ପଡୋଶୀଙ୍କ କୁଚକ୍ରାନ୍ତର ଶିକାର ହେବେ।  ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ। କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବା।

11/12

କୁମ୍ଭ: ସ୍ୱାସ୍ଥ୍ୟ ସଚେତନ ହେବେ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।  ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବନ୍ଧୁ ସହଯୋଗ ପାଇବେ । 

12/12

ମୀନ: ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ । କର୍ମ ଚଞ୍ଚଳ ରହିବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । 

ତଥ୍ୟ- ଜ୍ୟୋତିର୍ବିଦ ଆଚାର୍ଯ୍ୟ ସତ୍ୟବ୍ରତ ପାଢୀ,ପ୍ଲଟ ନମ୍ୱର ଏଚଆଇଜି, ୧/୧୨ ବିଡିଏ କଲୋନୀ ଏଲଏନ, ଚନ୍ଦ୍ରଶେଖରପୁର, ଭୁବନେଶ୍ୱର ୭୫୧୦୧୬ 

Disclamer:ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।