Sun Transit 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଗ୍ରହମାନଙ୍କର ରାଜା ସୂର୍ଯ୍ୟଦେବ ମାର୍ଚ୍ଚ ୧୪ ତାରିଖ ଅପରାହ୍ନ ୩ଟା ୩୦ ମିନିଟ୍ ସମୟରେ ମେଷ ରାଶିକୁ ଚଳନ କରିବେ। ସୂର୍ଯ୍ୟଙ୍କ ଏହି ଚଳନ କିଛି ରାଶି ପାଇଁ ବେଶ୍ ଶୁଭ ରହିବ। ଯଦି ଜାତକରେ ସୂର୍ଯ୍ୟଙ୍କ ସ୍ଥିତି ମଜବୁତ୍ ରୁହେ, ତେବେ, ବ୍ୟକ୍ତି ଜଣକ ନିଜ ଜୀବନରେ ସୁଖି ହେବା ସହିତ କ୍ୟାରିୟରରେ ଅଭୂତ ପୂର୍ବ ସଫଳତା ହାସଲ କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ସୂର୍ଯ୍ୟଙ୍କ କୃପାରୁ କେଉଁ ସବୁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...
ସିଂହ: ଏହି ରାଶିର ପ୍ରଭୁ ହେଉଛନ୍ତି ସୂର୍ଯ୍ୟ । ସୂର୍ଯ୍ୟଙ୍କ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ରହିବ। କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଅନୁକୂଳ ରହିବ। ଯେଉଁମାନେ ମାର୍କେଟିଂ, ସାମ୍ବାଦିକତା, ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଜଡି଼ତ ଅଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ନୂଆ ଚାକିରି ମିଳିବା ନେଇ ଯୋଗ ରହିଛି। ବ୍ୟବସାୟୀମାନଙ୍କର ଆର୍ଥିକ କାରବାର ଭଲ ହେବ। ବିଦେଶରେ ଚାଲିଥିବା ବାଣିଜ୍ୟରେ ପ୍ରଚୁର ଲାଭ ପାଇବେ। ପରିବାରରେ ଚାଲିଥିବା ବିବାଦର ଅନ୍ତ ଘଟିବ। ପ୍ରେମ-ଜୀବନ ମଧ୍ୟ ଭଲ ରହିବ। ପରିବାର ସହିତ ଭଲ ସମୟ ଅତିବାହିତ କରିବେ। ରିୟଲି-ଇ-ଷ୍ଟେଟ୍ କ୍ଷେତ୍ରରେ ବ୍ୟବସାୟ କରୁଥିବା ଲୋକଙ୍କୁ ନୂଆ ପ୍ରୋଜେକ୍ଟ ମିଳିବ। ଯେଉଁଥିରୁ ଅଧିକ ଟଙ୍କା ରୋଜଗାର କରିବାରେ ସଫଳ ହେବେ।
ट्रेन्डिंग फोटोज़