Advertisement
Photo Details/zeeodisha/odisha2467937
photoDetails0hindi

Today Horoscope: ଆଜି ତୁଳା-ମୀନ ସହ ସତର୍କ ରୁହନ୍ତୁ ଏହିସବୁ ରାଶି! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

Horoscope Today 11 October 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅକ୍ଟୋବର ୧୧ ହେଉଛି ଶୁକ୍ରବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12
ମେଷ: ଆଜିର  ସକାଳୁ ଦେବ ଦର୍ଶନର ଯୋଗ ରହିଛି।  ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟିକଙ୍କ ପାଇଁ ଦିନଟି ଶୁଭ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ନୂଆ ନୂଆ ବ୍ୟବସାୟିକ ସମ୍ପର୍କ ସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପାରିବାରରେ ହସ-ଖୁସିର ମାହୋଲ୍ ଦେଖିବାକୁ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ।   

ALSO READ: Shani Shukra Yuti 2024: ଶନି-ଶୁକ୍ରଙ୍କ କୃପାରୁ ଉଦୟ ହେବ ଏହିସବୁ ରାଶିଙ୍କ ଭାଗ୍ୟ, ଚାକିରିରେ ହେବ ପଦୋନ୍ନତି ସାଙ୍ଗକୁ କିଣିବେ ନୂଆ ଘର!

2/12
ବୃଷ: ଆଜିର ଦିନ ଏହି ରାଶିଙ୍କ ପାଇଁ ମଉଜମଜଲିସ୍ ଭିତରେ ଅତିବାହିତ ହେବ। କୌଣସି ସ୍ଥାନରୁ ଶୁଭ ସମ୍ବାଦ ପାଇ ଖୁସି ହେବେ । ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ଦ୍ୱନ୍ଦର ସମାଧାନ ହେବ । ବିଦେଶ ଯାତ୍ରାରେ ଯଶଲାଭ କରିବେ। ପରିବାରରେ ଦିର୍ଘ ଦିନ ଧରି ଲାଗି ରହିଥିବା  ମନାନ୍ତର ଦୂର ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବୃତ୍ତିଗତ ଦୃଷ୍ଟିରୁ ସ୍ୱାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ସ୍ବାସ୍ଥ୍ୟ ଭଲ ରହିବ।

3/12
ମିଥୁନ: ଆଜି କଳା, ସାହିତ୍ୟ, କ୍ରିଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ କାର୍ଯ୍ୟରତ ଲୋକମାନଙ୍କ ପାଇଁ ସମୟ ଖୁବ୍ ଅନୁକୂଳ ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ସହ ସମ୍ମାନୀତ ହେବେ। ଦିନଟି ବ୍ୟସ୍ତତା ଭିତରେ କଟିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବୁଝାମଣା ଦୂର ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ। ସଂଘର୍ଷ ଦ୍ୱାରା ସଫଳତା ମିଳିବ । କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ। ଗାଡ଼ି ଚାଳନା ବେଳେ ସତର୍କତା ଅବଲମ୍ବନ କରନ୍ତୁ । ନଚେନ୍ କୌଣସି ପ୍ରକାର ଅଘଟଣର ସାମ୍ନା କରିବାକୁ ପଡିପାରେ। 

4/12
  କର୍କଟ: ଆଜି ବିଶେଷକରି, ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଓ ନିଜର ମାନସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପାରିବାରରେ ହସଖୁସିର ବାତାବରଣ ସୃଷ୍ଟି ହେବ । କର୍ମକ୍ଷେତ୍ରରେ କାର୍ଯ୍ୟଭାର ଅଧିକ ରହିବାକୁ କ୍ଲାନ୍ତ ଅନୁଭବ କରିବେ। 

5/12
ସିଂହ: ଆଜି ଏହି ରାଶିର ଲୋକେ ପ୍ରତ୍ୟକ କ୍ଷେତ୍ରରେ ଶୁଭଫଳ ପାଇବେ। କର୍ମ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ସ୍ବାସ୍ଥ୍ୟ ଭଲ ରହିବ। ପ୍ରେମୀଙ୍କ ଲାଗି ଦିନଟି ଅନୁକୂଳ ରହିବ। ବାକି ପଡିଥିବା ଟଙ୍କା ପାଇବେ। 

6/12
କନ୍ୟା: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ।  କର୍ମକ୍ଷେତ୍ରରେ ଉପସ୍ଥିତ କର୍ମଚାରୀଙ୍କ ପ୍ରିୟଭାଜନ ହେବେ। ଘରେ କୌଣସି ପ୍ରକାର ଶୁଭ କାର୍ଯ୍ୟ ହୋଇପାରେ। ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇପାରେ । 

7/12
ତୁଳା:  ଆଜି ମନର ଆଶା ପୁରଣ ହେବ ନାହିଁ । ଫଳରେ ମାନସିକ ଅଶାନ୍ତି ବୃଦ୍ଧି ହେବ। ଆଜି ବାଧାବିଘ୍ନ ରହିବ, ପିଲାମନଙ୍କର ଭବିଷ୍ୟତର ପାଠପଢା ଏବଂ କର୍ମନିଯିକ୍ତିକୁ ନେଈ ଚିନ୍ତିତ ରହିବେ। ଯାନ୍ତ୍ରିକ ଜିନିଷ ଖରାପ ହୋଇ ଅଯଥା ଖର୍ଚ୍ଚାନ୍ତ ହେବେ। 

8/12
  ବିଛା : ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଘର ଲୋକଙ୍କ ସହିତ କୌଣସି ଗୁରୁତ୍ବପୂର୍ଣ୍ଣ କଥାକୁ ନେଇ ଚର୍ଚ୍ଚା କରିବେ।  ଘରର ସାଜ-ସଜ୍ଜାରେ ଆପଣଙ୍କୁ ପରିବର୍ତ୍ତନ କରିବାକୁ ଇଚ୍ଛା ହେବ । ଅଫିସ୍ କିମ୍ବା ବ୍ୟବସାୟ କ୍ଷେତ୍ରରେ ଅଧିକାରୀମାନଙ୍କ ସହିତ ମଧ୍ୟ ମହତ୍ଵପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଚର୍ଚ୍ଚା ହେବ । କାର୍ଯ୍ୟଭାର ବଢ଼ିପାରେ ।  ଆଳସ୍ୟ ସହିତ ଅସୁସ୍ଥତା ଅନୁଭବ ହେବ । ମାତା-ପିତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। 

9/12
ଧନୁ: ଆଜି ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅନୁକୂଳ ରହିବ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହୋଇ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ ।

10/12
ମକର :  ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ।  ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବୁଝାମଣା ଦୂର ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । 

11/12
  କୁମ୍ଭ : ଆଜି ଦିର୍ଘ ଦିନର ଆଶା ପୂରଣ ହୋଇପାରେ। ନୂତନ ଗାଡି କ୍ରୟ କରିବେ।  ପରିଜନ ଓ ସାଧୁଜନପ୍ରିୟ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

12/12
ମୀନ: ଆଜି ଆପଣଙ୍କୁ ସତର୍କତାର ସହ ଚଳିବାକୁ ପଡିବ। କୌଣସି ପ୍ରକାର କଳହ ଏବଂ ଚର୍ଚ୍ଚାରୁ ଦୂରରେ ରହିଲେ ଭଲ। ଖର୍ଚ୍ଚ ବୃଦ୍ଧି ହେବ। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢାରେ ବାଧା ଆସିବ। ପ୍ରିୟଜନମାନଙ୍କ ସହିତ ହେବାକୁଥିବା ସାକ୍ଷାତରେ ମନ ଆନନ୍ଦିତ ହେବ। ପେଟ ସମ୍ବନ୍ଧିତ ପୀଡା଼ ହୋଇପାରେ। ସେୟାର ମାର୍କେଟ୍ ରେ ନିବେଶ କଲେ କ୍ଷତି ସହିବେ।