Sprouted Gram Benefits: ସିଝା ହୋଇଥିବା ବୁଟ ପିତ୍ତ ଓ କଫକୁ ଦୂର କରିଥାଏ । କିନ୍ତୁ ଅଙ୍କୁରିତ ବା ଗଜା ବୁଟ କୋମଳ, କ୍ଷୁଧା ବୃଦ୍ଧିକାରୀ, ବୀର୍ଯ ବୃଦ୍ଧିକାରୀ, ଶକ୍ତି ବୃଦ୍ଧିକାରୀ, ରକ୍ତ ସଫା, ପ୍ରୋଟିନରେ ଭରପୂର ତଥା ଥଣ୍ଡା ହୋଇଥାଏ । ଜାଣନ୍ତୁ ଗଜା ବୁଟ ଖାଇବାର ଫାଇଦା…
Trending Photos
Sprouted Gram Benefits: ଆଜିକାଲି କୋରୋନା ମହାମାରୀ ବିପର୍ଯ୍ୟସ୍ତ ମଧ୍ୟ ଦେଇ ଜୀବନ ଜିଇବାକୁ ପଡୁଛି । ଏପରି ପରିସ୍ଥିତିରେ ଆଜି ଆମେ ଆପଣଙ୍କୁ ସୁସ୍ଥ ରହିବା ପାଇଁ କିଛି ଉପାୟ କହିବାକୁ ଯାଉଛୁ । ସିଝା ହୋଇଥିବା ବୁଟ (Boiled Gram) ପିତ୍ତ ଓ କଫକୁ ଦୂର କରିଥାଏ । କିନ୍ତୁ ଅଙ୍କୁରିତ ବା ଗଜା ବୁଟ (Sprouted gram) କୋମଳ, କ୍ଷୁଧା ବୃଦ୍ଧିକାରୀ, ବୀର୍ଯ ବୃଦ୍ଧିକାରୀ, ଶକ୍ତି ବୃଦ୍ଧିକାରୀ, ରକ୍ତ ସଫା, ପ୍ରୋଟିନରେ ଭରପୂର ତଥା ଥଣ୍ଡା ହୋଇଥାଏ । ଜାଣନ୍ତୁ ଗଜା ବୁଟ ଖାଇବାର ଫାଇଦା…
୧. ଶାରୀରିକ ଦୁର୍ବଳତାକୁ ଦୂର କରିବା ପାଇଁ, ଶରୀରକୁ ମଜବୁତ କରିବା ପାଇଁ ତଥା ଓଜନ ବଢ଼ାଇବା ପାଇଁ ସନ୍ଧ୍ୟାରେ ଦୁଇ ମୁଠାଏ ବୁଟକୁ ବିଶୁଦ୍ଧ ପାଣିରେ ଭିଜାଇ ଦିଅନ୍ତୁ । ଏହାପରେ ଏହି ଅଙ୍କୁରିତ ହେବା ପରେ ଏହାକୁ ଚୋବାଇ ଚୋବାଇ ଖାଆନ୍ତୁ ।
୨. ଲୁଣ ନ ମିଶାଇ ଗଜା ବୁଟ ଚୋବାଇ ଖାଇଲେ ତ୍ୱଚା ସୁସ୍ଥ ରହେ ଓ ଏହା ଚିକ୍କଣ ଦିଶେ । କାଛୁ କୁଣ୍ଡିଆ ଭଳି ରୋଗ ମଧ୍ୟ ହୋଇ ନ ଥାଏ ।
୩. ଦୁର୍ବଳ ହୃଦୟ ଥିବା ବ୍ୟକ୍ତିମାନେ ପ୍ରତିଦିନ ଗଜା ବୁଟ (Sprouted Gram) ଖାଇବା ଉଚିତ । ଏହି ଚନାରେ ପ୍ରଚୁର ମାତ୍ରାରେ ମ୍ୟାଗ୍ନେସିୟମ୍ ଓ ଫୋଲେଟ୍ ଥାଏ । ଯାହା କୋଲେଷ୍ଟ୍ରଲ୍ ହ୍ରାସ କରିବାରେ ସହାୟକ ହୋଇଥାଏ ।
୪. ପ୍ରତିଦିନ ସକାଳେ ଗଜା ବୁଟ (Sprouted Gram) ଖାଇଲେ ପାଚନ ତନ୍ତ୍ର ସୁସ୍ଥ ହୋଇଯାଏ । କାରଣ ଏଥିରେ ପ୍ରଚୁର ମାତ୍ରାରେ ଫାଇବର୍ ଥାଏ ।
୫. ଗଜା ବୁଟ (Sprouted Gram) ଖାଇଲେ ଶରୀରରେ ପ୍ରଜନନ କ୍ଷମତା ବୃଦ୍ଧି ପାଇଥାଏ ।
ଅଧିକ ପଢ଼ନ୍ତୁ:-ସ୍ଥିର ହୋଇସାରିଛି ଶ୍ରୀଲଙ୍କା ବିପକ୍ଷରେ ଭାରତର ଚୂଡ଼ାନ୍ତ ଏକାଦଶ, ହାର୍ଦ୍ଦିକ ପାଣ୍ଡ୍ୟା ଏହି ୨ ଖେଳାଳିଙ୍କୁ ଟିମରୁ କରିବେ ବାହାର!
ଅଧିକ ପଢ଼ନ୍ତୁ:-ବିଦେଶରେ ଦ୍ରୁତ ଗତିରେ ବଢ଼ୁଛି କୋରୋନା ମାମଲା, ଭାରତ ସରକାର ନେବାକୁ ଚାହୁଁନାହାଁନ୍ତି ରିସ୍କ; ଜାରି କଲେ ନୂଆ ଗାଇଡଲାଇନ୍
ଅଧିକ ପଢ଼ନ୍ତୁ:-ବିଶ୍ୱକପ୍ ୨୦୨୩ ପାଇଁ ୨୦ ଖେଳାଳିଙ୍କୁ ସର୍ଟଲିଷ୍ଟ କଲା BCCI, ହର୍ଷ ଭୋଗଲେ କହିଲେ ସମ୍ଭାବ୍ୟ ନାମ
୬. ରକ୍ତହୀନତା ରୋଗ ମହିଳାମାନଙ୍କଠାରେ ଅଧିକ ଦେଖାଯାଏ । ସେମାନେ ଅଙ୍କୁରିତ ବୁଟ (Sprouted Gram), ଗହମର ବେସନ ମିଶାଇ ରୁଟି କିମ୍ବା ଅନ୍ୟ ଉପାୟ ସେବନ କରିବା ଆବଶ୍ୟକ । ଏଥିରୁ ଲାଭ ମିଳିଥାଏ ।
୭. ଯଦି ରକ୍ତଚାପ ଥାଏ । ତେବେ ଗଜା ବୁଟ (Sprouted Gram) ଖାଇବା ଉଚିତ । କାରଣ ଏହା ରକ୍ତବାହୀକୁ ସ୍ୱାଭାବିକ କରିଥାଏ । ଯାହା ଉଚ୍ଚ ରକ୍ତଚାପର ଆଶଙ୍କା ହ୍ରାସ କରିଥାଏ ।
୮. ଯଦି ଆପଣଙ୍କର ମୂତ୍ରଜନିତ ସମସ୍ୟା ଥାଏ । ତେବେ ଗଜା ବୁଟ (Sprouted Gram) ଖାଇବା ଦ୍ୱାରା ସେହି ସମସ୍ୟା ରହିବ ନାହିଁ । ଏହା ପାଇଲ୍ସ ପାଇଁ ମଧ୍ୟ ଉପକାରୀ ହୋଇଥାଏ ।