Advertisement
Photo Details/zeeodisha/odisha1862194
photoDetails0hindi

Today Horoscope: ଆଜି ଏହି ୪ ରାଶି ଉପରେ ହେବ ଧନର ବର୍ଷା, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ। ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ। ଆଜି ଅର୍ଥାତ ସେପ୍ଟେମ୍ବର ୯ ହେଉଛି ଶନିବାର। 

1/12

Horoscope Today 9 September 2023: ମେଷ ରାଶି: କାର୍ଯ୍ୟକ୍ଷେତ୍ରରେ ଢେର ଉନ୍ନତି ଘଟିବ। ସୁଖ-ଦୁଃଖରେ ବନ୍ଧୁ ସହାୟତା ପାଇବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ମନ, ପ୍ରାଣ ଢାଳି ଦେଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ସହାୟତା ଓ ପରାମର୍ଶରେ ଆଗକୁ ବଢିବେ। 

2/12

ବୃଷ ରାଶି: ଜ୍ଞାନ ଗରିମାଯୁକ୍ତ ହେବେ। ସାହସୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ରାଜନୀତି ଆଡକୁ ମନ ବଳାଇ ପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ।  

3/12

ମିଥୁନ ରାଶି: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ। କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ। ଧାର କରଜ କରିପାରନ୍ତି। ଶତ୍ରୁ ବୃଦ୍ଧି ପାଇବେ। ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ। ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ।  

4/12

କର୍କଟ ରାଶି: ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳବାନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ।

5/12

ସିଂହ ରାଶି: ବ୍ୟବସାୟ ଲାଭଜନକ ହେବ। ପରିଶ୍ରମର ମୂଲ୍ୟ ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି।   

6/12

କନ୍ୟା ରାଶି: ସାମୂହିକ କାର୍ଯ୍ୟରେ ଆଗେଇବେ। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇଙ୍କଠାରୁ ଆଦର ମିଳିବ। 

7/12

ତୁଳା ରାଶି: ଉଚ୍ଚଆଶା ଫଳବତୀ ହେବ। ରୋଜଗାର ଆଶନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ମଧୁରଭାଷୀ ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।   

8/12

ବିଛା ରାଶି: କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ଲାଭଜନକ ହେବ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧମାତ୍ମ, ପ୍ରବାସର୍ପ୍ରି ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ।

9/12

ଧନୁ ରାଶି: ବ୍ୟକ୍ତି ବ୍ୟବସାୟରେ ଅଧିକ ଅର୍ଥ ବିନିଯୋଗ କରି ପ୍ରଚୁର ଧନ ଅର୍ଜନ କରିବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ପାଇବେ। ସର୍ବସୁଖ ଲାଭ କରିପାରନ୍ତି। ପୁନର୍ବସୁ କ୍ଷେତ୍ରରେ ସାମାନ୍ୟ ଶୁଭଫଳ।

10/12

ମକର ରାଶି: ସାମୂହିକ କାର୍ଯ୍ୟରେ ଆଗେଇବେ। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇଙ୍କଠାରୁ ଆଦର ମିଳିବ।

11/12

କୁମ୍ଭ ରାଶି: ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି। ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। 

12/12

ମୀନ ରାଶି: ଗୃହ ଉପକରଣ ସଂଗ୍ରହ କରିପାରନ୍ତି । ସମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ସତର୍କରେ ଚଳିବାକୁ ପଡିବ ।