Advertisement
Photo Details/zeeodisha/odisha2582961
photoDetails0hindi

Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ; ଏମାନେ ରୁହନ୍ତୁ ସତର୍କ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବର୍ଷର ପ୍ରଥମ ଦିନ?

Horoscope Today 1 January 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜାନୁଆରୀ ୧ ହେଉଛି ବୁଧବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12
  ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବେଶ୍ ଶୁଭ ରହିବ। କର୍ମକ୍ଷେତ୍ର ଠାରୁ ଆରମ୍ଭ କରି ବ୍ୟବସାୟ କ୍ଷେତ୍ରରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସୁ-ପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ସାଧାରଣ କଥାକୁ ନେଇ ପାରିବାରରେ କୌଣସି ପ୍ରକାର ବିବାଦ ଦେଖାଦେଇପାରେ। ଫଳରେ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବିକାର କରିବେ। ସ୍ବାସ୍ଥ ଭଲ ରହିବ। ନିଜ ବନ୍ଧୁଙ୍କ ସହିତ କୌଣସି ସ୍ଥାନକୁ ପିକନିକ୍ ଯିବାର ପ୍ଲାନ କରିବେ।    ALSO READ: ୨୦୨୫ ଜାନୁଆରୀରେ ସୂର୍ଯ୍ୟ-ମଙ୍ଗଳ-ବୁଧ-ଶୁକ୍ରଙ୍କ ଶୁଭଚଳନ, ୫ରାଶି ଉପରେ ହେବ ଟଙ୍କା ବର୍ଷା ସହ ମିଳିବ ଖୁସି ଖବର   ALSO READ:  Yearly Love Horoscope 2025: ବର୍ଷ ତମାମ୍ ଏହି ରାଶିର ପ୍ରେମୀ ଯୁଗଳଙ୍କୁ ମିଳିବ ଖୁସି ଖବର, ଜାଣନ୍ତୁ ୧୨ଟି ରାଶିର ରାଶିଫଳ

2/12
ବୃଷ:  ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କର୍ମକ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।  କର୍ମକ୍ଷେତ୍ରରେ ସହକର୍ମୀଙ୍କ କାର୍ଯ୍ୟାବଳୀ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁଙ୍କ ପ୍ରତିଶ୍ରୁତି ଦେଇ ଶେଷରେ କୌଣସି କାର୍ଯ୍ୟ ପାଇଁ ମନା କରିଦେବେ। ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। 

3/12
ମିଥୁନ:  କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ।  ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। 

4/12
  କର୍କଟ: କୌଣସି କଥାକୁ ନେଇ ଆଜି ଆପଣ ଭାବ-ପ୍ରବଣ ହୋଇପାରନ୍ତି। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। 

5/12
ସିଂହ:  ଦିନଟି ଆପଣଙ୍କ ପାଇଁ ବେଶ୍ ଶୁଭଦାୟୀ ରହିବ।  କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି। ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। 

6/12
କନ୍ୟା:  ସାହିତ୍ୟ ଓ କଳା କ୍ଷେତ୍ରରେ ଥିବା ଲୋକେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ପାରିବାରିକ ସ୍ତରରେ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ।  ଅପରାହ୍ନରେ ପୁରାତନ ରୋଗର ପୀଡା ଅନୁଭବ କରି ପାରନ୍ତି। 

7/12
ତୁଳା: ଗତକାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେ। ଆଜି ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ। 

8/12
ବିଛା: କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଆଜିର ନିଜଲକ୍ଷ୍ୟ ପୂରଣ ହେବାରେ ଜଣେ ଅଜଣାବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ଦେଖାଦେଇପାରେ। 

9/12
ଧନୁ:  ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।  

10/12
ମକର: ଦୂରଯାତ୍ରାରୁ ଶୁଭଫଳ ପାଇବେ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନ-ବୁଝି ଅଯଥା -କ୍ରୋଧ ପ୍ରକାଶ କରିପାରନ୍ତି। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। 

11/12
  କୁମ୍ଭ:  କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ସମସ୍ୟା ସମାଧାନ କରିପାରିବେ। ବନ୍ଧୁଙ୍କ ଆନ୍ତରିକତାର ପରାମର୍ଶକୁ ନିର୍ବିବାଦରେ ଗହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। 

12/12
ମୀନ:  ଆଜି କର୍ମକ୍ଷେତ୍ରରେ ବାଦବିବାଦ ଦେଖାଦେବ। କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। ସରଳ ଭାବରେ କୌଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇଲେ ଉପକୃତ ହୋଇପାରିବେ।