Advertisement
Photo Details/zeeodisha/odisha2400110
photoDetails0hindi

Weather Report: ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟ, ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି

ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

1/7

Weather Report: ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

2/7

ଏହାର ପ୍ରଭାବରେ ବର୍ତ୍ତମାନ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା(Rain) ଲାଗିରହିଛି। ରାଜ୍ୟରେ ପ୍ରାୟ ଏକ ମାସ ଶେଷ ପର୍ଯ୍ୟନ୍ତ ବର୍ଷା ଜାରି ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

3/7

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବିଶେଷ କରି ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ବର୍ଷା ରେକର୍ଡ ହୋଇଛି।

4/7

ଏହି ଜିଲ୍ଲାର ବିଭିନ୍ନ ସ୍ଥାନରେ ୭-୨୦ ସେଣ୍ଟିମିଟର ବର୍ଷା ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବାର ସମ୍ଭାବନା ରହିଛି।

5/7

ସୋମବାର ଓ ମଙ୍ଗଳବାର ଉତ୍ତର ଓଡ଼ିଶା ଯଥା ମୟୂରଭଞ୍ଜ(Mayurbhanj), କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ(Orange Warning) ଜାରି କରାଯାଇଛି।

6/7

ଏଥି ସହିତ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୨୭ ତାରିଖରେ ବଡ଼ ବର୍ଷା ନ ଥିବା ବେଳେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

7/7

ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସହ କଚ୍ଚା‌ ରାସ୍ତା ନଷ୍ଟ ହେବାର ଆଶଙ୍କା ରହିଛି। ତେଣୁ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥାକୁ ଠିକ୍‌ କରିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଏସ୍‌ଆରସି(SRC)ଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।