Mining ministers conference: ଜାମୁ କାଶ୍ମୀରର ଉପ ମୁଖ୍ୟମନ୍ତ୍ରୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ରହିଛନ୍ତି। ଦେଶବ୍ୟାପୀ ଦକ୍ଷ, ନିରାପଦ ଏବଂ ପରିବେଶ ଅନୁକୂଳ ଖଣି କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ସହଯୋଗକୁ ପ୍ରୋତ୍ସାହିତ କରିବା ଉପରେ ରହିବ ଫୋକସ୍।
Trending Photos
କୋଣାର୍କ: କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି। ଏଥିରେ ଓଡ଼ିଶା ସମେତ ୧୬ଟି ଖଣି ବହୁଳ ରାଜ୍ୟର ମନ୍ତ୍ରୀମାନେ ଯୋଗ ଦେଇଛନ୍ତି।
ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ସମ୍ମିଳନୀର ଏହି ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। ବିକଶିତ ଭାରତ ୨୦୪୭ ଭିଜନ ସମନ୍ୱିତ ଦୁଇଦିନିଆ ଏହି ସମ୍ମିଳନୀରେ ୧୬ଟି ରାଜ୍ୟର ଖଣିମନ୍ତ୍ରୀ ସାମିଲ ହୋଇଛନ୍ତି। ଏଥିସହିତ ଜାମୁ କାଶ୍ମୀରର ଉପ ମୁଖ୍ୟମନ୍ତ୍ରୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ରହିଛନ୍ତି। ଦେଶବ୍ୟାପୀ ଦକ୍ଷ, ନିରାପଦ ଏବଂ ପରିବେଶ ଅନୁକୂଳ ଖଣି କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ସହଯୋଗକୁ ପ୍ରୋତ୍ସାହିତ କରିବା ଉପରେ ରହିବ ଫୋକସ୍।