Puri News: ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Advertisement
Article Detail0/zeeodisha/odisha2652094

Puri News: ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Puri News: ଆଜି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି ବୁଧବାର। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତନିତି। ଶ୍ରୀମନ୍ଦିରରେ ଆଜି ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଆରମ୍ଭ ହେବ ମହାପ୍ରଭୁଙ୍କ ଶ୍ରୀମୁଖ ସୃଙ୍ଗାର। ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । 
 
 

Puri News: ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Puri News: ଆଜି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି ବୁଧବାର। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତନିତି। ଶ୍ରୀମନ୍ଦିରରେ ଆଜି ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଆରମ୍ଭ ହେବ ମହାପ୍ରଭୁଙ୍କ ଶ୍ରୀମୁଖ ସୃଙ୍ଗାର। ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । 
 
ହିଙ୍ଗୁଳ, ହରିତାଳ,ଶଂଖ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଅଥବା ନିତି ହୋଇଥିବାରୁ ଆଜି ପ୍ରାୟ ଅପରାହ୍ନ ୫ ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 
 
ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ସହ ପୁନର୍ବାର ଦର୍ଶନ ଆରମ୍ଭ ହେବ। ତେବେ ବନକଲାଗି ସରିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଅତିବ ଉଜ୍ଜଳମୟ ଦେଖାଯାଏ। ମହାପ୍ରଭୁଙ୍କ ଚକାଆଖି ଏତେ ଆକର୍ଷଣୀୟ ଦେଖାଯାଆନ୍ତି ଯେ ଭକ୍ତମାନେ ମହାପ୍ରଭୁଙ୍କୁ ଟିକେ ଦର୍ଶନ କରିବା ପାଇଁ ବ୍ଯାକୁଳ ହୁଅନ୍ତି। ସେପଟେ ମହାପ୍ରଭୁଙ୍କର ଆଜି ଏକ ପ୍ରମୁଖ ଓ ଗୁପ୍ତନୀତି ଥିବାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆଜି ଓ କାଲି ଦୁଇଦିନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଣାଇଦିଆଯାଇଛି।