ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଏକ ବର୍ଷ ବଢ଼ିଲା
Advertisement
Article Detail0/zeeodisha/odisha2576638

ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଏକ ବର୍ଷ ବଢ଼ିଲା

Chief secretary manoj ahujas: ମନୋଜ ଆହୁଜା ଓଡ଼ିଶାରେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିଶନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ହରିୟାଣାରେ ଜନ୍ମିତ ମନୋଜଙ୍କ ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ୍ ସୁପରିଚିତ। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ।

ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଏକ ବର୍ଷ ବଢ଼ିଲା

ଭୁବନେଶ୍ଵର: ବଢ଼ିଲା ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଏକ ବର୍ଷ ପାଇଁ କାର୍ଯ୍ୟକାଳ ବୃଦ୍ଧି ହୋଇଛି। କ୍ୟାବିନେଟ ନିଯୁକ୍ତି କମିଟି ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିଛି। ଚଳିତ ମାସ ୩୧ରେ ସରୁଥିଲା ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଜାନୁଆରୀ ମାସରେ ରାଜ୍ୟରେ ରହିଛି ଦୁଇ ବଡ଼ ଇଭେଣ୍ଟ। ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ଓ ୨୮-୨୯ତାରିଖରେ ଉତ୍କର୍ଷ ଓଡ଼ିଶା ମେକ୍ ଇନ ଓଡ଼ିଶା କନକ୍ଲେଭ। ଏହାର ଆୟୋଜନ ଠାରୁ ପରିଚାଳନାରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। 

ମନୋଜ ଆହୁଜା ଓଡ଼ିଶାରେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିଶନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ହରିୟାଣାରେ ଜନ୍ମିତ ମନୋଜଙ୍କ ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ୍ ସୁପରିଚିତ। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ।

ମନୋଜ ଓଡ଼ିଶା ‌ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମନୋଜ ଆସନ୍ତା ‌ଡିସେମ୍ବରରେ ଅବସର ନେବାର ଥିବା ବେଳେ ସରକାର ଆଉ ଏକ ବର୍ଷ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି।