ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Advertisement
Article Detail0/zeeodisha/odisha2600951

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Odisha Cm: ସଡକ ପଥରେ ପାଟଣା ଯାଇ ସେଠାରେ ପୂର୍ଣ୍ଣତୋୟା ବୈତରଣୀ ନଦୀରେ ମକର ବୁଡ଼ ପକାଇ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିର ପୂଜାର୍ଚ୍ଚନା କରିଛନ୍ତି। ପାଟଣା ସ୍ଥିତ ହରି ମହନ୍ତଙ୍କ ଘରେ କିଛି ସମୟ ବିତାଇବା ପରେ ସଡକ ପଥରେ କେନ୍ଦୁଝର ଫେରି ସର୍କିଟ ହାଉସରେ ପହଞ୍ଚି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନରେ ଝୁମ୍ପୁରା ଦେଇ ନିଜ ଗ୍ରାମ ରାଇକଳାକୁ ଗସ୍ତ କରିବେ। 

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦୁଝର: କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂର୍ଣ୍ଣତୋୟା ବୈତରଣୀ ନଦୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ। ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି। ବୁଡ଼ ପକାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ପରମେଶ୍ବର ମନ୍ଦିର ଓ ଆନନ୍ଦେଶ୍ବେର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନିଦିନଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସିଛନ୍ତି। 

୩ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ। ସୁପର କିଙ୍ଗ ଏୟାର ସି ୯୦ ଇଜେଜେଡ ଏୟାରକ୍ରାଫ୍ଟ ଯୋଗେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ଅବତରଣ କରିଥିଲେ। ଏହା ପରେ ସଡକ ପଥରେ ପାଟଣା ଯାଇ ସେଠାରେ ପୂର୍ଣ୍ଣତୋୟା ବୈତରଣୀ ନଦୀରେ ମକର ବୁଡ଼ ପକାଇ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିର ପୂଜାର୍ଚ୍ଚନା କରିଛନ୍ତି। ପାଟଣା ସ୍ଥିତ ହରି ମହନ୍ତଙ୍କ ଘରେ କିଛି ସମୟ ବିତାଇବା ପରେ ସଡକ ପଥରେ କେନ୍ଦୁଝର ଫେରି ସର୍କିଟ ହାଉସରେ ପହଞ୍ଚି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନରେ ଝୁମ୍ପୁରା ଦେଇ ନିଜ ଗ୍ରାମ ରାଇକଳାକୁ ଗସ୍ତ କରିବେ।