ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ-ଜୟ ଆରୋଗ୍ୟ ଲାଗୁ ପାଇଁ ବୁଝାମଣାପତ୍ର
Advertisement
Article Detail0/zeeodisha/odisha2599420

ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ-ଜୟ ଆରୋଗ୍ୟ ଲାଗୁ ପାଇଁ ବୁଝାମଣାପତ୍ର

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ହେବାକୁ ଥିବା କାର୍ଯ୍ୟକ୍ରମ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଏବଂ ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଅଶ୍ୱତୀ ଏସ୍ ଏବଂ ଆୟୁଷ୍ମାନ ଏନଏଚଏ ସିଇଓ ଏଲଏସ ଚାଙ୍ଗସାନ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଏହି ସମୟରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିଥିଲେ। 

ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ-ଜୟ ଆରୋଗ୍ୟ ଲାଗୁ ପାଇଁ ବୁଝାମଣାପତ୍ର

ନୂଆଦିଲ୍ଲୀ: ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲୁଥିବା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆଉ ରହିବ ନାହିଁ। ଏଣିକି ଦେଶର ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଲାଗୁ ହେବ। ଏହି ଯୋଜନା ଅଧୀନରେ ରାଜ୍ୟର ୧ କୋଟି ୩ ଲକ୍ଷ ପରିବାର ଉପକୃତ ହେବେ। ଏହାସହ ପ୍ରଧାନମନ୍ତ୍ରୀ ବୟବନ୍ଦନ ଯୋଜନା ମାଧ୍ୟମରେ ୭୦ ବର୍ଷ ବୟସରୁ ଅଧିକ ବୟସ୍କଙ୍କୁ ଅତିରିକ୍ତ ସ୍ୱାସ୍ଥ୍ୟବୀମା ସହାୟତା ମିଳିବ। ପ୍ରତି ପରିବାରଙ୍କୁ ୫ ଲକ୍ଷ ଟଙ୍କାର ବୀମା ସହ ମହିଳା ସଦସ୍ୟଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଅର୍ଥାତ୍‍ ସମୁଦାୟ ୧୦ ଲକ୍ଷ ଟଙ୍କାଯାଏ ମାଗଣା ଚିକିତ୍ସା ସହାୟତା ମିଳିବ। ଦେଶର ୩୦ ହଜାରରୁ ଅଧିକ ହସ୍‍ପିଟାଲରେ ଏହି ଚିକିତ୍ସା ସହାୟତା ପ୍ରଦାନ କରାଯିବ ବୋଲି ଜାତୀୟ ସ୍ୱାସ୍ଥ୍ୟ ପ୍ରାଧୀକରଣ ପକ୍ଷରୁ କୁହାଯାଇଛି।

ନୂଆଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଏବଂ ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଅଶ୍ୱତୀ ଏସ୍ ଏବଂ ଆୟୁଷ୍ମାନ ଏନଏଚଏ ସିଇଓ ଏଲଏସ ଚାଙ୍ଗସାନ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଏହି ସମୟରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିଥିଲେ। 

fallback

ଆୟୁଷ୍ମାନ ଭାରତ ଯୋଜଡନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ହସ୍ପିଟାଲରେ ଚିକିତ୍ସା ମିଳିପାରିବ। ଏଥିରେ କ୍ୟାସଲେସ ବ୍ୟବସ୍ଥା ରହିଛି। ଯୋଜନା ଜରିଆରେ ଦେଶର ୫୫ କୋଟି ଗରିବ ହିତାଧିକାରୀ ଉପକୃତ ହେବେ। ଯୋଜନା ଲାଗୁ ପରେ ରାଜ୍ୟର ସାଢେ ୩ କୋଟି ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନା କାର୍ଡ ମଧ୍ୟ ମିଳିବ। ଏହି ଯୋଜନା ଦ୍ୱାରା ୨୭ଶହ ହସ୍ପିଟାଲରେ ହିତାଧିକାରୀ ଚିକିତ୍ସା ସୁବିଧା ପାଇପାରିବେ।

ଏହି ଅବସରରେ ଓଡ଼ିଶାରେ ବିତରଣ ହେବାକୁ ଥିବା  ସ୍ୱାସ୍ଥ୍ୟ କାର୍ଡ଼ର ଏକ ଡିଜାଇନ୍‍ ମଧ୍ୟ ପ୍ରଅଦର୍ଶନ କରାଯାଇଥିଲା। ପ୍ରଥମ ଜାତୀୟ ପତାକାର ତ୍ରିରଙ୍ଗରେ ରଙ୍ଗିତ ଏହି ଡିଜାଇନର ପ୍ରଥମ ପୃଷ୍ଠାରେ ହିତାଧିକାରୀଙ୍କ ନାଁ ଠିକଣା ଲେଖାଯିବା ସହ ଯୋଜନାର ନାଁ ଏବଂ ଶୀର୍ଷରେ ବିଭିନ୍ନ ବିଭାଗର ଲୋଗୋ ସହ ଆୟୁଷ୍ମାନ କାର୍ଡ ବୋଲି ଲେଖାଯାଇଛି। ପଛ ପୃଷ୍ଠାରେ ‘ସ୍ୱାସ୍ଥ୍ୟ ପାଇଁ ବରଦାନ, ଆୟୁଷ୍ମାନ’ ବୋଲି ଉଲ୍ଲେଖ ରହିଛି।

ରାଜ୍ୟର 1.03 କୋଟି ପରିବାର ଉପକୃତ ହେବେ । ଏହା ଦ୍ୱାରା ରାଜ୍ୟର 70 ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ମାନେ ମଧ୍ୟ ଚିକିତ୍ସା  ସୁବିଧା ପାଇପାରିବେ । ବର୍ତ୍ତମାନ ରାଜ୍ୟରେ 23, 12, 979 ଜଣ 70 ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଅଛନ୍ତି ବୋଲି ଜଣାଯାଇଛି । 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଓଡିଶାର ଲୋକ, ବିଶେଷ କରି  ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି ତାହା 2036 ସୁଦ୍ଧା ସମୃଦ୍ଧ ଓଡିଶା ଓ 2047 ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ପଞ୍ଚାୟତ ସ୍ତରରେ ଯେଉଁ ହେଲଥ ସବ୍ ସେଣ୍ଟର ଅଛି ତାହା ଠିକଭାବେ କାର୍ଯ୍ୟକାରୀ ହେଉନାହିଁ । ତେଣୁ, ରାଜ୍ୟ ସରକାର ବର୍ତ୍ତମାନ ପ୍ରତି ପଞ୍ଚାୟତରେ ଗୋଟିଏ  ଗୋଟିଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏଥିରେ ହେଲଥ ୱାର୍କର ଓ ଯୋଗ ଶିକ୍ଷକ ନିୟୋଜିତ ହେବେ । ଏହି ସବୁ କେନ୍ଦ୍ର ଗୁଡିକର ପୂର୍ଣ୍ଣାଙ୍ଗ ଭିତ୍ତିଭୂମି ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।  

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଯୋଜନା 2018 ମସିହାରୁ ଲାଗୁ ହୋଇଥିଲେ ମଧ୍ୟ ଓଡିଶାର ଲୋକଙ୍କୁ ଏଥିରୁ ବଞ୍ଚିତ କରାଯାଇଥିଲା । ବର୍ତ୍ତମାନ ଏହି ଯୋଜନା ଓଡିଶାର ନିଜସ୍ୱ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଯୋଡିହେବ ଏବଂ ଏହା ଦ୍ୱାରା ଓଡିଶାରେ 1 କୋଟିରୁ ଅଧିକ ପରିବାର ଦେଶର 29 ହଜାର ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସୁବିଧା ପାଇପାରିବେ । ବର୍ତ୍ତମାନ ମାତ୍ର 900 ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବଜେଟ୍ ରେ ସ୍ୱାସ୍ଥ୍ୟକ୍ଷେତ୍ରରେ ପ୍ରାୟ 21 ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ଯାହାକି ପୂର୍ବ ବର୍ଷ ଅପେକ୍ଷା 32.2 ପ୍ରତିଶତ ଅଧିକ ଏବଂ ଏହା ରାଜ୍ୟ ବଜେଟର 8 ପ୍ରତିଶତ । ଏହି ପରିମାଣ ଜାତୀୟ ସ୍ୱାସ୍ଥ୍ୟନୀତିର ସୁପାରିଶ ଅନୁରୂପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଯୋଜନାରେ ପୁରୁଷ ମାନେ 5 ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରିବେ । ମହିଳା ହିତାଧିକାରୀ ମାନେ 10 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇବେ ।