Banaka Lagi Ritual: ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି । ଏ ଅବସରରେ ଶ୍ରୀ ବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆଜି (ବୁଧବାର) ଦ୍ବୀତିୟ ଭୋଗ ମଣ୍ତପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ (Lord Jagannath) ଶ୍ରୀମୁଖ ଶୃଙ୍ଖାର କରିବେ।
Trending Photos
Banaka Lagi Ritual: ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି । ଏ ଅବସରରେ ଶ୍ରୀ ବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆଜି (ବୁଧବାର) ଦ୍ବୀତିୟ ଭୋଗ ମଣ୍ତପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ (Lord Jagannath) ଶ୍ରୀମୁଖ ଶୃଙ୍ଖାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ( Puri Shree Jagannatha Temple Administration)ପକ୍ଷରୁ ସୂଚନା ଦିଆଯାଇଛି।
ALSO READ: Today Horoscope: ବୃଷ ସହ ଏହି ସବୁ ରାଶି ରୁହନ୍ତୁ ସତର୍କ, ଜାଣନ୍ତୁ ଆଜିର ରାଶିଫଳ
ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରାଯାଇଥାଏ। ପରମ୍ପରା ଅନୁସାରେ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ଏହି ବନକଲାଗି ନୀତି ହୋଇଥାଏ। ଦ୍ବିପହର ଧୂପ ସରିବା ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ। ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି। ତିନି ଦାରୁ ମୂର୍ତ୍ତିଙ୍କ ମୁଖ ମଣ୍ତଳରେ ଶୃଙ୍ଖାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ। ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି। ଏମାନଙ୍କୁ ଦତ୍ତ ମହାପାତ୍ର ସେବକ କୁହାଯାଏ। ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହ ମାନଙ୍କୁ ଲଗାଇବା ଏମାନଙ୍କ ମୁଖ୍ୟ କାମ। ରଙ୍ଗ ସହିତ କସ୍ତୁରୀ କେଶର ଭଳି ଦାମୀ ସୁବାଷିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହୃତ ହୁଏ ନାହିଁ।