Puri News: ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Trending Photos
Puri News: ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।
ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ନ ୫ ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।