Puri News: ଆଜି କାଳୀୟଦଳନ ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଜାଣନ୍ତୁ ଶ୍ରୀମନ୍ଦିରରେ କ'ଣ ରହିଛି ସ୍ୱତନ୍ତ୍ର ନୀତିକାନ୍ତି?
Advertisement
Article Detail0/zeeodisha/odisha1864449

Puri News: ଆଜି କାଳୀୟଦଳନ ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଜାଣନ୍ତୁ ଶ୍ରୀମନ୍ଦିରରେ କ'ଣ ରହିଛି ସ୍ୱତନ୍ତ୍ର ନୀତିକାନ୍ତି?

Puri News:  ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ (Puri Srimandir) ଶ୍ରୀଜୀଉଙ୍କ କାଳୀୟଦଳନ ବେଶ  (Kaliya Dalana Besha) ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନିତି ଅନୁଷ୍ଠିତ ହୋଇଥିଲା । 

ସୌଜନ୍ୟ- ସୋସିଆଲ ମିଡି଼ଆ

Puri News:  ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ (Puri Srimandir) ଶ୍ରୀଜୀଉଙ୍କ କାଳୀୟଦଳନ ବେଶ  (Kaliya Dalana Besha) ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନିତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ । କିନ୍ତୁ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପମ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ | ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ । ଏହାପରେ ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ( Lord Jagannath) କାଳୀୟଦଳନ ବେଶରେ ସଜ୍ଜିତ କରାଯିବାର ପରମ୍ପରା ରହିଛି ।

ସେପଟେ ଭାଦ୍ରପଦ କୃଷ୍ଣ ଏକାଦଶୀକୁ କାଳୀୟଦଳନ ଏକାଦଶୀ ବା ଅଜା ଏକାଦଶୀ ବୋଲି କୁହାଯାଏ। ଏହାର ଅନ୍ୟ ନାମ ମଧ୍ୟ ଅନ୍ନଦା ଏକାଦଶୀ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯାଇଥାଏ। ଏହି ଏକାଦଶୀ ବ୍ରତ କରିବାଦ୍ୱାରା ସମସ୍ତ ପାପ ନାଶ ହୋଇଯାଏ । ଯେଉଁ ବ୍ୟକ୍ତି ଏହିଦିନ ଭଗବାନ ଋଷିକେଶଙ୍କୁ ପୂଜା କରିବେ ବୈକୁଣ୍ଠ ପ୍ରାପ୍ତି ଅବଶ୍ୟ କରିପାରିବ ବୋଲି ମଧୁସୂଦନ ଯୁଧିଷ୍ଠିରଙ୍କୁ କହିଛନ୍ତି ।

ଏହି ଏକାଦଶୀର ମାହାତ୍ମ୍ୟ ହେଉଛି ପ୍ରାଚୀନ କାଳରେ ରାଜା ହରିଶ୍ଚନ୍ଦ୍ର ତଥା ଚକ୍ରବର୍ତ୍ତୀ ରାଜା ଶାସନ କରୁଥିଲେ । ସେ ବିଶ୍ୱାମିତ୍ରଙ୍କୁ ନିଜର ସମସ୍ତ ସମ୍ପତ୍ତି, ରାଜ୍ୟ ଦାନ କରିବାପରେ ଦକ୍ଷିଣା ଦେବା ନିମନ୍ତେ ନିଜ ପରିବାରକୁ ମଧ୍ୟ ବିକ୍ରି କରିଦେଲେ । ଫଳରେ ସେ ଚଣ୍ଡାଳର ଦାସ ହୋଇ ସତ୍ୟକୁ ଧାରଣ କରି ମୃତକଙ୍କ ବସ୍ତ୍ର ଗ୍ରହଣ କରୁଥିଲେ । କିନ୍ତୁ କେବେ ସେ ସତ୍ୟରୁ ବିଚଳିତ ହେଉ ନଥିଲେ । କ’ଣ କରିବେ, କୁଆଡ଼େ ଯିବେ ଏବଂ କିପରି ଉଦ୍ଧାର ହେବେ ଇତ୍ୟାଦି ଚିନ୍ତାରେ ସେ ସର୍ବଦା ରହୁଥିଲେ । ଏମିତି କେତେବର୍ଷ ବିତିଯିବା ପରେ ଦିନେ ରାଜା ସମୁଦ୍ର କୂଳରେ ଚିନ୍ତାରେ ଥିବାବେଳେ ଗୌତମ ଋଷି ସେଠାରେ ପହଞ୍ଚିଲେ । ରାଜା ତାଙ୍କୁ ପ୍ରଣାମ କରି ତାଙ୍କର ବେଦନା ଜଣାଇଲେ । ଋଷି ତାଙ୍କୁ ଅଜା ଏକାଦଶୀ ବ୍ରତ କରିବାକୁ ପରାମର୍ଶ ଦେଇଥିଲେ। ଭାଦ୍ରପଦ କୃଷ୍ଣପକ୍ଷରେ ବିଧିବଦ୍ଧ ଭାବେ ଏହିବ୍ରତ କଲେ ସମସ୍ତ ପାପ ନଷ୍ଟ ହୋଇଯିବ । ଏତିକି କହି ଗୌତମ ଋଷି ଅନ୍ତର୍ଦ୍ଧାନ ହୋଇ ଯାଇଥିଲେ । ଋଷିଙ୍କ କହିବାନୁସାରେ ରାଜା ବ୍ରତ ପାଳନ କଲେ । ବ୍ରତ କରିବାଦ୍ୱାରା ରାଜାଙ୍କର ସମସ୍ତ ପାପ ନଷ୍ଟ ହେଲା । ନିଜ ପୁତ୍ର ଓ ପତ୍ନୀ ସହ ରାଜ୍ୟର ସମସ୍ତ ଧନ ସେ ଫେରିପାଇଲେ । ଶେଷରେ ସେ ସମସ୍ତ ପାପରୁ ମୁକ୍ତି ହୋଇ ସ୍ୱର୍ଗଲୋକ ଗମନ କଲେ । ଏଣୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟ ଦଳନ ବେଶ ଅନୁଷ୍ଠିତ ହେଉଛି। ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି।