ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ; ସମ୍ପତ୍ତି ତାଲିକା ଦିଅ ନହେଲେ ପ୍ରମୋସନ ବନ୍ଦ
Advertisement
Article Detail0/zeeodisha/odisha2604790

ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ; ସମ୍ପତ୍ତି ତାଲିକା ଦିଅ ନହେଲେ ପ୍ରମୋସନ ବନ୍ଦ

Puri Jagannath temple: ସେହିପରି ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ୟ୍ୟ ସମୀକ୍ଷା କରାଯିବ ବୋଲି ଘୋଷଣା କରିଛନ୍ତି।

ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ; ସମ୍ପତ୍ତି ତାଲିକା ଦିଅ ନହେଲେ ପ୍ରମୋସନ ବନ୍ଦ

ପୁରୀ: ପୁରୀ ଶ୍ରୀମନ୍ଦିରରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀର ଘୋଷଣା କରିଛନ୍ତି ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟ ସମୀକ୍ଷା ପରେ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି ଯେ, ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏହା ଦାଖଲ ନକଲେ କୌଣସି ଇନକ୍ରିମେଣ୍ଟ, ପଦୋନ୍ନତି, ପୁରସ୍କାର କିମ୍ବା କୌଣସି ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ। ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ଲୁଗା ପିନ୍ଧି କାର୍ୟ୍ୟାଳୟ ଆସିବେ। ୟୁନିଫର୍ମ ପୋଷାକଧାରୀଙ୍କ ସକାଶେ ଏହା ଲାଗୁ ହେବ ନାହିଁ। ଶ୍ରୀମନ୍ଦିର ମଧ୍ୟରେ ଅଧିକାରୀ ତଥା କର୍ମଚାରୀଙ୍କ ମୋବାଇଲ୍ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି। 

ସେହିପରି ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ୟ୍ୟ ସମୀକ୍ଷା କରାଯିବ ବୋଲି ଘୋଷଣା କରିଛନ୍ତି।