Gold-Silver Price Today: ପୁଣି ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1649028

Gold-Silver Price Today: ପୁଣି ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । 

Gold-Silver Price Today: ପୁଣି ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ବିଗତ କିଛି ଦିନ ଧରି ସୁନା ଓ ରୁପା ମୂଲ୍ୟରେ ହ୍ରାସ ବୃଦ୍ଧି ଲାଗି ରହିଛି । ଦୁଇ ଦିନ ହେବ ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଉଛି । ଆଜି (ବୁଧବାର) ଅର୍ଥାତ ଏପ୍ରିଲ ୧୨ରେ ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ମଙ୍ଗଳବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୩୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୫୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୧,୩୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୭୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୬,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୨୦୦ ଟଙ୍କା ଥିଲା । 
 
ସେହିପରି ଆଜି ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି (ମଙ୍ଗଳବାର) ରୁପା ଦରରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୩୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୭୩୫ ଟଙ୍କା ରହିଛି । ଯାହା ଗତକାଲି ୭,୬୬୦ ଟଙ୍କା ଥିଲା ।

fallback

ଅଲଟାଇମ୍ ହାଇରୁ ସୁନା ୫୦ ଓ ରୁପା ୨,୬୩୦ ଟଙ୍କା ମିଳୁଛି ଶସ୍ତା 

ଏପ୍ରିଲ ୨୦୨୩ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୫ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୨୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୫୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୨,୬୩୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ- 'ଐଶ୍ୱର୍ଯ୍ୟ'ର ସ୍ୱାମୀ ଶୁକ୍ର ଦେବଙ୍କ ହେଲା ଗୋଚର, ଏହି ୫ଟି ରାଶି ଉପରେ ବର୍ଷିବ ବିପୁଳ ଧନ!

ଅଧିକ ପଢ଼ନ୍ତୁ-ଦିଲ୍ଲୀର ଲଗାତର ଚତୁର୍ଥ ପରାଜୟ ପାଇଁ ଦାୟୀ ଏହି ଖେଳାଳି!

ଅଧିକ ପଢ଼ନ୍ତୁ-ଟିମ୍ ଇଣ୍ଡିଆ ପରେ ଏବେ IPL 2023ରେ ହିଁ ଶେଷ ହେଲା ଏହି ଖେଳାଳିଙ୍କ କ୍ୟାରିୟର! ନିଜ ଦଳ ପାଇଁ ପାଲଟିଲେ ସବୁଠୁ ବଡ଼ ବୋଝ