Advertisement
Photo Details/zeeodisha/odisha2569137
photoDetails0hindi

Aajira Panipaga: ଏହି ସ୍ଥାନରେ ବର୍ଷା ସମ୍ଭାବନା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ...

Aajira Panipaga: ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କୋହଲା ପାଗ ସାଙ୍ଗକୁ ଲଗାଣ ବର୍ଷା ଲୋକଙ୍କୁ ନାହିଁନଥିବା ଅସୁବିଧାରେ ପକାଇଛି।

1/6
Aajira Panipaga: ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କୋହଲା ପାଗ ସାଙ୍ଗକୁ ଲଗାଣ ବର୍ଷା ଲୋକଙ୍କୁ ନାହିଁନଥିବା ଅସୁବିଧାରେ ପକାଇଛି।

2/6

 ତେବେ ପାଣିପାଗ ବିଭାଗ ତରଫରୁ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ୱସ୍ତି କଲା ଭଳି ଖବର। ରବିବାର ତଥା ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। 

3/6

ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି।

4/6

ଅଦିନିଆ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷ ନଷ୍ଟ ହୋଇଯାଇଛି।  ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ଚାଷୀ।

5/6

ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡିକ ହେଲା, ମାଲକାନାଗିରି, ରାୟଗଡ଼ା, ଗଞାମ, ଗଜପତି ଓ କୋରାପୁଟ। ଏହିସବୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  

6/6

ସେପଟେ ଆଗାମୀ ୨୪ ଘଣ୍ଟା ଯାଏଁ ରାଜ୍ୟରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ବିଶେଷ କରି କେନ୍ଦୁଝର, ଝାରସୁଗୁଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା(Rayagarh) ଓ କୋରାପୁଟ ଜିଲ୍ଲାର କିଛି କିଛି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।